୨୨ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ନିର୍ବାଚନରେ ବାଧକ ସାଜିପାରେ ବର୍ଷା

ଓଏଲ୍ ବ୍ୟୁରୋ: ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର । ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗର ସୂଚନା ଅନୁସାରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଲଘୁଚାପ କ୍ଷେତ୍ର କ୍ରମେ ଘନିଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେଇପାରେ। ଏହାର ପ୍ରଭାବ ରାଜ୍ୟରେ କେବେଠାରୁ ପଡିବ ସେନେଇ ଆକଳନ କରାଯାଇନାହିଁ। ସୂଚନାଥାଉକି, କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ଖରା ବଢ଼ିଛି। ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ଦିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାସହ ୨୦ ତାରିଖରେ ୬ ଜିଲ୍ଲା ୨୧ ତାରିଖରେ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମେ’ ୨୫ ତାରିଖରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଧକ ସାଜିପାରେ ବର୍ଷା।