Odisha Link
Bridging the Missing Links in Odisha

ଅବପାତର ରୂପ ନେଇପାରେ ଲଘୁଚାପ, ୨୩ରୁ ଅଶାନ୍ତ ରହିବ ସମୁଦ୍ର!

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନ ମାହୋଲ। ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଏସବୁ ଭିତରେ ନିର୍ବାଚନରେ ବର୍ଷା ବାଧକ ସାଜିପାରେ ବୋଲି ଆଶଙ୍କା କରାଯାଉଛି। ତେବେ ଲଘୁଚାପ ପ୍ରଭାବ ଓଡ଼ିଶାର ସମୁଦ୍ର କୁଳିଆ ଅଞ୍ଚଳକୁ ପ୍ରଭାବିତ କରିବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତା ୨୪ରେ ଅବପାତର ରୂପ ନେଇପାରେ ଲଘୁଚାପ। ୨୩ ସକାଳୁ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଥିବାବେଳେ ସମୁଦ୍ର ମଧ୍ୟରେ ଥିବା ମତ୍ସଜୀବୀ ୨୩ ସୁଦ୍ଧା କୂଳକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଓ ୨୫ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛି। ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି।

Leave A Reply

Your email address will not be published.