Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଘଡ଼ଘଡ଼ି ବର୍ଷା ନେଇ ଜାରି ହେଲା ସତର୍କ ସୂଚନା

ଓଏଲ୍‌ ବ୍ୟୁରୋ: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘନୀଭୂତ ହୋଇ ୨୪ ତାରିଖ ସୁଦ୍ଧା ଅବପାତ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବ ଓଡ଼ିଶାର ସମୁଦ୍ର କୁଳିଆ ଅଞ୍ଚଳକୁ ପ୍ରଭାବିତ କରିବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତା ୨୪ରେ ଅବପାତର ରୂପ ନେଇପାରେ ଲଘୁଚାପ। ୨୩ ସକାଳୁ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଥିବାବେଳେ ସମୁଦ୍ର ମଧ୍ୟରେ ଥିବା ମତ୍ସ୍ୟଜୀବୀ ୨୩ ସୁଦ୍ଧା କୂଳକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଓ ୨୫ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛି। ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା ଅନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ନଥିବାବେଳେ ଦକ୍ଷିଣ, ଉତ୍ତର ଓଡ଼ିଶାରେ ଲାଗି ରହିବ କାଳବୈଶାଖୀ। ୪ରୁ ଉତ୍ତର ବଙ୍ଗୋପସାଗର ଯିବାକୁ ମତ୍ସ୍ୟଜୀବୀଙ୍କୁ ମନା କରାଯାଇଥିବାବେଳେ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି।

Leave A Reply

Your email address will not be published.