Odisha Link
Bridging the Missing Links in Odisha

ଖୋର୍ଦ୍ଧାରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର, ଯୋଡ଼ି ଶଙ୍ଖରେ ଭୋଟ୍ ଦେବାକୁ କଲେ ଅପିଲ

ନବୀନ ପଟ୍ଟନାୟକ ଆପଣଙ୍କ ସୁଖଦୁଃଖରେ ସବୁବେଳେ ଛିଡ଼ା ହୋଇ ରହିଛନ୍ତି ବୋଲି ଦଳର ବରିଷ୍ଠ ନେତା ଭି.କେ ପାଣ୍ଡିଆନ କହିଛନ୍ତି।

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ। ବାକି ଥିବା ଦୁଇଟି ପର୍ଯ୍ୟାୟରେ ନିଜ ଦଳର ପ୍ରାର୍ଥୀଙ୍କୁ ବଳ ଦେବାକୁ ପ୍ରଚାରକୁ ଜୋରଦାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମାରାଥନ ପ୍ରଚାର କାର୍ଯ୍ୟକ୍ରମ ରହିଛି। ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ। ପ୍ରଥମେ ଖୋର୍ଦ୍ଧା ହାବେଳି ପଡିଆରେ ନିର୍ବାଚନୀ ସଭାରେ ଯୋଗଦେଇ ଜନତାଙ୍କୁ ସମ୍ବୋଧନ କରିଛନ୍ତି। ଏହାପରେ ନୟାଗଡ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବ। ସେଠୁ ପୁରୀ ତାଳବଣିଆ, ପରେ କଟକ ଅଭିମୁଖେ ଯାଇ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ। ନବୀନଙ୍କ ଗସ୍ତକୁ ନେଇ ସମସ୍ତ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଖୋର୍ଦ୍ଧାରେ ଜନସଭାକୁ ସମ୍ବୋଧନ କରି ବିଜେଡି ସୁପ୍ରିମୋ କହିଛନ୍ତି, ବିଏସକେୱାଇ ଭଲ କି, ମିଶନ ଶକ୍ତି ଭଲ କି, ମମତା ଯୋଜନା ଭଲ କି, ଲକ୍ଷ୍ମୀ ବସ୍ ଭଲ କି, ୫ଟି ସ୍କୁଲ ଭଲ କି, ପିଲା ସ୍କଲାରସିପ୍ ଭଲ କି, ଚାଷୀର କାଳିଆ ଯୋଜନା ଭଲ କି, ମଧୁବାବୁ ପେନସନ୍ ଯୋଜନା ଭଲ କି, ଚାଉଳ ପାଇଁ କାର୍ଡ ଭଲ କି, ପୁରୀ କାମ ଭଲ କି, ନବୀନ ପଟ୍ଟନାୟକ ଭଲ କି, ଶଙ୍ଖ ଚିହ୍ନ ଭଲ କି।

ଏହା ସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ମିଛ କହୁଛନ୍ତି। ନିର୍ବାଚନ ଆସିଲେ ବିରୋଧୀ ଆସିବେ, ମିଠା ମିଠା କଥା କହିବେ, କୁମ୍ଭୀର କାନ୍ଦଣା କାନ୍ଦିବେ। ଏମାନେ ନିର୍ବାଚନ ବେଳେ ପର୍ଯ୍ୟଟକ ଭଳି ଆସିବେ। ନିର୍ବାଚନ ସରିଗଲେ ଖୋଜିଲେ ବି ଖୋଜିଲେ ବି ମିଳିବେ ନାହିଁ। ବିଜେଡି ମାଗଣା ବିଜୁଳି ଦେବ। ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ। ଆପଣମାନେ ଖୁସି ତ। ଏହା ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ନବୀନ ପଟ୍ଟନାୟକ ଆପଣଙ୍କ ସୁଖଦୁଃଖରେ ସବୁବେଳେ ଛିଡ଼ା ହୋଇ ରହିଛନ୍ତି ବୋଲି ଦଳର ବରିଷ୍ଠ ନେତା ଭି.କେ ପାଣ୍ଡିଆନ କହିଛନ୍ତି।

Leave A Reply

Your email address will not be published.