Odisha Link
Bridging the Missing Links in Odisha

ଧର୍ମେନ୍ଦ୍ରଙ୍କ ପରାଜୟ ସୁନିଶ୍ଚିତ: ଭୃଗୁ ବକ୍ସିପାତ୍ର

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ଏଥିପାଇଁ ଆଜି ସରୁଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଏଥର କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ। ଏସବୁ ମଧ୍ୟରେ ବିଜୁ ଜନତା ଦଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରାଯାଇଛି।

ବିଜୁ ଜନତା ଦଳର ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଛନ୍ତି। ମତଦାନକୁ ଆଉ ଦିନଟିଏ ବାକିଥିବା ବେଳେ ଭୃଗୁ ବକ୍ସିପାତ୍ର କହିଛନ୍ତି ଯେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରାଜୟ ସୁନିଶ୍ଚିତ। କାରଣ ସମ୍ବଲପୁରରେ ଧର୍ମେନ୍ଦ୍ରଙ୍କ ଉପରେ ସ୍ଥାନୀୟ ଲୋକ ଅସନ୍ତୁଷ୍ଟ। କଟକ-ସମ୍ବଲପୁର ଏନ୍‌ଏଚ୍‌-୫୫ କାମ ମରାମତି ହୋଇପାରିଲା ନାହିଁ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଥାଇ ମଧ୍ୟ କେନ୍ଦ୍ରୀୟ ବିଦ୍ୟାଳୟଟେ କଲେ ନାହିଁ ବୋଲି କହିଛନ୍ତି ଶ୍ରୀ ବକ୍ସିପାତ୍ର। ଅସନ୍ତୁଷ୍ଟ ଜନତା ଏଥର ଧର୍ମେନ୍ଦ୍ରଙ୍କ ପରାଜିତ କରିବେ ନିଶ୍ଚୟ ବୋଲି କହିଛନ୍ତି ସେ।

ସୂଚନାଥାଉକି, ଶନିବାର ଦିନ ରାଜ୍ୟ ରାଜନୀତିର ସବୁଠୁ ହଟସ୍ପଟ ଆସନ ଗୁଡ଼ିକରେ ନିର୍ବାଚନ ହେବ। ଯଦି ଆମେ ସାଂସଦୀ କ୍ଷେତ୍ର କଥା ଦେଖିବା ତେବେ କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ। ସେହପିରି ପୁରୀରେ ସମ୍ବିତ ପାତ୍ର ଓ ଅରୁପ ପଟ୍ଟନାୟକଙ୍କ ମଧ୍ୟରେ କଡ଼ା ଟକ୍କର ହେବାକୁ ଥିବା ବେଳେ ସେମାନଙ୍କୁ କଡ଼ା ଟକ୍କର ଦେବେ ଜୟନାରାୟଣ ପଟ୍ଟନାୟକ। ଭୁବନେଶ୍ୱରରେ ଅପରାଜିତା ଷଡ଼ଙ୍ଗୀ ବନାମ୍ ମନ୍ମଥ ରାଉତରାୟ ଓ ତାସହ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ। ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସରୁ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ଫାଇଟ୍ ହେବ।

Leave A Reply

Your email address will not be published.