ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ମତ ଦେବେ ୯୪.୪୮ ଲକ୍ଷ ଭୋଟର

ଓଏଲ୍ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ। ବାକି ଥିବା ଦୁଇଟି ପର୍ଯ୍ୟାୟରେ ନିଜ ଦଳର ପ୍ରାର୍ଥୀଙ୍କୁ ବଳ ଦେବାକୁ ପ୍ରଚାରକୁ ଜୋରଦାର କରିଛନ୍ତି ହେଭିଓ୍ବେଟ୍ ନେତା। ଆଉ ଦିନକ ପରେ ୬ ଲୋକସଭା ଆସନ ଅନ୍ତର୍ଗତ ୪୨ ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ। ତେବେ ଏହି ୬ ଲୋକସଭା ଆସନ ପାଇଁ ଆଜି ପ୍ରଚାରର ଶେଷ ଦିନ। ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍ କରିଛନ୍ତି।
ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ୬ ଲୋକସଭା ଓ ୪୨ ବିଧାନସଭା କ୍ଷେତ୍ରରେ ହେବ ଭୋଟିଂ। ଲୋକସଭା ପାଇଁ ଲଢୁଛନ୍ତି ମୋଟ ୬୪ଜଣ ପ୍ରାର୍ଥୀ। ସେହିପରି ବିଧାନସଭା ପାଇଁ ୩୮୩ ଜଣ ପ୍ରାର୍ଥୀ ଲଢୁଛନ୍ତି। ୯୪.୪୮ ଲକ୍ଷ ଭୋଟର କରିବେ ମତାଧିକାର ସାବ୍ୟସ୍ଥ କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।