ରାତି ପାହିଲେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ବାଜିରେ ଲାଗିବ ହେଭିଓ୍ବେଟ୍ ନେତାଙ୍କ ଭାଗ୍ୟ

ଓଏଲ୍ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ। ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ। ୬ ଲୋକସଭା ଆସନ ଅନ୍ତର୍ଗତ ୪୨ ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ। ତେବେ ଏହି ୬ ଲୋକସଭା ଆସନ ପାଇଁ ଗତକାଲି ପ୍ରଚାରର ଶେଷ ଦିନ ଥିଲା। ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ରାଜ୍ୟରେ ମୋଟ୍ ୧୦ହଜାର ୫୫୧ ବୁଥ୍ କରାଯାଇଛି। ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ। ମତାଧିକାର ସାବ୍ୟସ୍ତ କରିବେ ୯୪ ଲକ୍ଷରୁ ଅଧିକ ଭୋଟର।
ଏମାନଙ୍କ ଭିତରେ ଅଛନ୍ତି ୪୮ ଲକ୍ଷରୁ ଅଧିକ ପୁରୁଷ ଓ ୪୬ ଲକ୍ଷରୁ ଅଧିକ ମହିଳା ମତଦାତା। ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ୬ ଲୋକସଭା ଓ ୪୨ ବିଧାନସଭା କ୍ଷେତ୍ରରେ ହେବ ଭୋଟିଂ। ଲୋକସଭା ପାଇଁ ଲଢୁଛନ୍ତି ମୋଟ ୬୪ଜଣ ପ୍ରାର୍ଥୀ। ସେହିପରି ବିଧାନସଭା ପାଇଁ ୩୮୩ ଜଣ ପ୍ରାର୍ଥୀ ଲଢୁଛନ୍ତି। ୯୪.୪୮ ଲକ୍ଷ ଭୋଟର କରିବେ ମତାଧିକାର ସାବ୍ୟସ୍ଥ କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।