ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ; ଦିନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ
ଓଏଲ୍ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଆଜି ଦେଶର ଷଷ୍ଠ ପର୍ଯ୍ୟାୟ ଓ ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୬ ଲୋକସଭା, ୪୨ ବିଧାନସଭା ଆସନ ପାଇଁ ସକାଳ ୭ଟାରୁ ମତଦାନ କେନ୍ଦ୍ରରେ ଭୋଟରଙ୍କ ଲମ୍ବା ଲାଇନ ଲାଗିଛି। ଦିନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ ହାର ରେକର୍ଡ ହୋଇଛି। ଭୁବନେଶ୍ବରରେ ୨୦.୨୭%, କଟକରେ ୨୦.୪୭%, ଢେଙ୍କାନାଳରେ ୨୨.୪୧%, କେନ୍ଦୁଝରରେ ୨୦.୮୯ %, ପୁରୀରେ ୨୧.୫୧ %, ସମ୍ବଲପୁରରେ ୨୧.୮୯ % ମତଦାନ ହାର ରେକର୍ଡ କରାଯାଇଥିବା ସୂଚନା ରହିଛି।
ସେହିଭଳି ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ମତଦାନ ହାର ରେକର୍ଡ ହୋଇଥିଲା। ଭୁବନେଶ୍ବରରେ ୬.୬୫%, କଟକରେ ୭.୩୨%, ଢେଙ୍କାନାଳରେ ୭.୯୫%, କେନ୍ଦୁଝରରେ ୮.୭୪%, ପୁରୀରେ ୬.୮୭%, ସମ୍ବଲପୁରରେ ୭.୦୯% ମତଦାନ ହାର ରେକର୍ଡ ହୋଇଥିଲା।