Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା, ଜାଣନ୍ତୁ କେଉଁଠି କରିବ ଲ୍ୟାଣ୍ଡଫଲ..

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଆସନ୍ତା ୨୬ରେ ଭୀଷଣ ବାତ୍ୟା ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ସମ୍ଭାବ୍ୟ ବାତ୍ୟାର ନାମ ‘ରିମାଲ’ ରଖାଯାଇଛି। ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ତା’ସହ ସମ୍ଭାବ୍ୟ ବାତ୍ୟାର ଗତିପଥ ଜାରି କରାଯାଇଛି।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଆଜି ଉପକୂଳ ଓଡ଼ିଶାରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଆଜି ସନ୍ଧ୍ୟାରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ଆସନ୍ତା ୨୬ରେ ଭଦ୍ରକ, ବାଲେଶ୍ବରରେ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।

Leave A Reply

Your email address will not be published.