Odisha Link
Bridging the Missing Links in Odisha

ଆଉ କିଛି ସମୟ ପରେ ଯୁକ୍ତ ୨ ପରୀକ୍ଷା ଫଳ, ଜାଣନ୍ତୁ କେଉଁଠି ଏବଂ କିଭଳି ଜାଣିବେ ରେଜଲ୍ଟ

ଓଏଲ୍‌ ବ୍ୟୁରୋ: ଆଜି ପୂର୍ବାହ୍ନରେ ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରକି ପରୀକ୍ଷା ଫଳ। ଆଉ କିଛି ସମୟ ପରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ବାହାରିବ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଅପରାହ୍ନରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହେବା ପରେ ପରୀକ୍ଷାର୍ଥୀମାନେ orissaresults.nic.in ୱେବସାଇଟରୁ ରେଜଲ୍ଟ ଜାଣିପାରିବେ। ଏହାସହିତ ପରୀକ୍ଷାର୍ଥୀଙ୍କ ବିଦ୍ୟାଳୟ ଇ-ସ୍ପେସ୍ ଓ ଡିଜି ଲକର୍ ମାଧ୍ୟମରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ।

ଚଳିତବର୍ଷ ରାଜ୍ୟରେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରଛାତ୍ରୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଓ ୨୬ ହଜାର ୫୨ ଜଣ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଅଛନ୍ତି। କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦ଜଣ, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକରେ ୫ ହଜାର ୭୯୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।

Leave A Reply

Your email address will not be published.