Odisha Link
Bridging the Missing Links in Odisha

ଜେଲ୍‌ରେ ପ୍ରଶାନ୍ତ ଜଗଦ୍ଦେବ, ସିସିଟିଭି ଯାଞ୍ଚ କରିବାକୁ ଦାବି କଲେ ବାହୁବଳୀ ବିଧାୟକ

ଓଏଲ୍‌ ବ୍ୟୁରୋ: ପୁଣିଥରେ ବନ୍ଧା ହେଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଶନିବାର ରାତିରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଥିଲା ପୁଲିସ। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ତାଙ୍କୁ ଗିରଫ କରିିଛି ପୁଲିସ।

ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିଲା। ଗତକାଲି ଅପରାହ୍ନରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ତାଙ୍କ ପତ୍ନୀ ଭୋଟ୍‌ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ। ଏହାର କିଛି ମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ଉଠିଥିଲା। ଏହି ଘଟଣାରେ ପୁଲିସ ବେଗୁନିଆରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା। ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

ଗିରଫ ହେବା ପୂର୍ବରୁ ଏହି ଘଟଣାରେ ତାଙ୍କୁ ଗିରଫ କରାଯିବା ପୂର୍ବରୁ ସିସିଟିଭି ଯାଞ୍ଚ ପାଇଁ ଦାବି କରିଥିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଅନ୍ୟପଟେ ଖୋର୍ଦ୍ଧା ଏସ୍‌ପି କହିଛନ୍ତି, କେବଳ ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ଗିରଫ କରାଯାଇଛି। ସିସିଟିଭି ଯାଞ୍ଚ ହୋଇନି। ନିର୍ବାଚନ ପ୍ରକ୍ରିୟା ପରେ ସିସିଟିଭି ଯାଞ୍ଚ ହେବ।ଅନ୍ୟ କେହି ସଂପୃକ୍ତ ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ।

Leave A Reply

Your email address will not be published.