Odisha Link
Bridging the Missing Links in Odisha

ରଥଖଳାରେ ଆଗେଇ ଚାଲିଛି ରଥ କାର୍ଯ୍ୟ, ଆଉ ଦିନକ ପରେ ଚକରେ ଲାଗିବ ଅଖ

ଓଏଲ୍‌ ବ୍ୟୁରୋ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଏବେଠୁ ଚଳଚଂଚଳ ପୁରୀ ସହର। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ରଥ ନିର୍ମାଣ କାର୍ଯ୍ୟ ଗତ ପବିତ୍ର ଅକ୍ଷୟ ତୃତୀୟା ଦିନ ଠାରୁ ଶୁଭ ଅନୁକୂଳ ହୋଇଥିବା ବେଳେ ରଥ କାର୍ଯ୍ୟ ଜୋରସୋରରେ ଜାରି ରହିଛି। ଶ୍ରୀକ୍ଷେତ୍ରରେ ଶ୍ରୀନଅର ସମ୍ମୁଖରେ ରଥଖଳାରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଆଉ ଦିନକ ପରେ ଅର୍ଥାତ ୨୯ ତାରିଖରେ ପବିତ୍ର ଭଉଁରୀ ତିଥିରେ ଚକ ସହିତ ଅଖ ସଂଯୋଗ ହେବ।

ଏଥି ପାଇଁ ତିନି ରଥର ଗୋଟିଏ ଲେଖାଏଁ ନାହାକା ଅଖର ଅନୁକୂଳ ପୂଜା ସମ୍ପନ୍ନ ହେବା ସହ ଅଖର ଉଭୟ ପାର୍ଶ୍ଵ ଗୋଲେଇ କାର୍ଯ୍ୟ ଶେଷ ହୋଇଅଛି। ରଥଖଳା ଠାରେ ଗୁଜରେ ରୂପ ଖୋଦେଇ କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଦୋଳବେଦୀ ଅସ୍ଥାୟୀ କମାର ଶାଳ ଠାରେ ଅର କଣ୍ଟା, ତୁମ୍ବର ବାହ୍ୟ ବଳା ଏବଂ ପନ୍ଦାରି ଚାବି ନିର୍ମାଣ ଜାରି ରଖିଛନ୍ତି। ଏଥି ସହ ଆଜି ତିନି ରଥର ୫ଟି ଲେଖାଏଁ ଚକ ନିର୍ମାଣ ମଧ୍ୟ ଶେଷ ହେବାକୁ ଯାଉଅଛି।

Leave A Reply

Your email address will not be published.