Odisha Link
Bridging the Missing Links in Odisha

‘୯’ଟି ପ୍ରସଙ୍ଗରେ ବିଜେପିକୁ ସମାଲୋଚନା କଲେ ପାଣ୍ଡିଆନ

ଓଏଲ୍‌ ବ୍ୟୁରୋ: ଅନ୍ତିମ ପର୍ଯ୍ୟାୟରେ ଗଣତନ୍ତ୍ରର ମହାପର୍ବ। ଶେଷ ପର୍ଯ୍ୟାୟ ନିର୍ବାଚନରେ ଭୋଟରଙ୍କ ମନ ଜିଣିବା ପାଇଁ ଶେଷ ପ୍ରୟାସ କରୁଛନ୍ତି ସମସ୍ତ ରାଜନୈତିକ ଦଳ। ଓଡ଼ିଶାରେ ହେବାକୁ ଥିବା ୪ର୍ଥ ପର୍ଯ୍ୟାୟ ନିର୍ବାଚନର ୩ଦିନ ପୂର୍ବରୁ ଭାରତୀୟ ଜନତା ପାର୍ଟିକୁ କଡ଼ା ସମାଲୋଚନା କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଭି କାର୍ତ୍ତିକ ପାଣ୍ଡିଆନ। ୯ଟି ପ୍ରସଙ୍ଗରେ ବିଜେପିକୁ ସମାଲୋଚନା କରିଛନ୍ତି ପାଣ୍ଡିଆନ।

ସାମ୍ବାଦିକ ସମ୍ମିଳନୀରେ ପାଣ୍ଡିଆନ କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶାବାସୀ। ବାହାରୁ ନେତା, କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ ଗାଳି ଗୁଲଜ କରୁଛନ୍ତି। ଯାହାକୁ ଓଡ଼ିଶା ବାସୀ ପସନ୍ଦ କରୁନାହାନ୍ତି। ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ବିଜେପି ସରକାରକୁ ଆସିଲେ ମିଶନଶକ୍ତି ବନ୍ଦ କରିବେ। ନିର୍ବାଚନ ଇସ୍ତାହାର ରେ ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି କହିଛି। ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି ଷଡଯନ୍ତ୍ର କରୁଛିବୋଲି ସେ କହିଛନ୍ତି।

ସେ ଆହୁରି କହିଛନ୍ତି ଯେ ବିଏସ୍‌କେଓ୍ବାଇ ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ଆୟୁଷ୍ମାନ ଭାରତ କେବଳ ବିପିଏଲ ପରିବାର ପାଇଁ। କିନ୍ତୁ ବିଏସ୍‌କେଓ୍ବାଇ ଯୋଜନା ସମସ୍ତଙ୍କ ପାଇଁ। ରାଜ୍ୟର ୯୦ ପ୍ରତିଶତ ଲୋକ ସୁବିଧା ପାଉଛନ୍ତି। ଆଗକୁ ବିଏସ୍‌କେଓ୍ବାଇ ନବୀନ କାର୍ଡରେ ସମସ୍ତଙ୍କୁ ସାମିଲ କରାଯିବ ବୋଲି ପାଣ୍ଡିଆନ କହିଛନ୍ତି।

ଯୁବ କ୍ଷେତ୍ରକୁ ଗୁରୁତ୍ଵ ଦେଇ ନବୀନ ସରକାର ୫-ଟି ସ୍କୁଲ ,୫-ଟି କଲେଜ,ଯୁବ ବଜେଟ ବ୍ୟବସ୍ଥା କରିଛନ୍ତି। ୯୮ ପ୍ରତିଶତ ପିଲାଙ୍କ ପାଇଁ ନୂଆ ଓ ଛାତ୍ର ବୃତ୍ତି ଯୋଜନା ଆରମ୍ଭ ହୋଇଛି। ଯୁବକଙ୍କ ପାଇଁ ବିଜେପି ଇସ୍ତାହାର ରେ କିଛି ନଥିବା ବେଳେ ଏହାକୁ ବନ୍ଦ କରିବାକୁ ଯୋଜନା କରୁଛି ବିଜେପି। ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପରିଚୟ ପାଇଁ ଏସ୍‌ଡିସି ଗଠନ କରିଛନ୍ତି। ଡବଲ ଇଞ୍ଜିନ ଚାଲିଥିବା ରାଜ୍ୟରେ ଅଧିକ ଆଦିବାସୀ ଥାଇ ବି ଏସ୍‌ଡିସି ଗଠନ କରାଯାଇ ନାହିଁ। ବିଜେପି ସରକାର କୁ ଆସିଲେ ଏହାକୁ ବନ୍ଦ କରିଦେବ ବୋଲି ପାଣ୍ଡିଆନ କହିଛନ୍ତି।

ଡବଲ ଇଞ୍ଜିନ ସରକାର ଥିବା ରାଜ୍ୟରେ ଶାନ୍ତି ନାହିଁ। ଓଡ଼ିଶାରେ ଶାନ୍ତି ଅଛି। ଓଡ଼ିଶାରେ ଦାଦା ବଟି ନାହିଁ। କିନ୍ତୁ ବିଜେଡିରୁ ବିଦା ହୋଇଥିବା ଅନେକ ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିବା ବ୍ୟକ୍ତିଙ୍କୁ ବିଜେପି ନିଜ ଦଳରେ ସାମିଲ କରିଛି। ସବୁଠୁ ବଡ଼କଥା ହେଲା ବିଜେଡିର ମାଗଣା ବିଦ୍ୟୁତ୍ ଘୋଷଣା ପରେ ବିଜେପିକୁ କରେଣ୍ଟ ଲାଗିଛି। ବିଜେପି ସୋଲାର ବ୍ୟବସ୍ଥାରେ ବିଦ୍ୟୁତ୍ ଯୋଗାଇବା କଥା କହୁଛି। ରନ୍ଧନ ଗ୍ୟାସ ମାଗଣାରେ ଯୋଗାଇବା କଥା କହି ବାରମ୍ବାର ଦର ବଢାଇ ଚାଲିଛି। ଏଲ୍‌ପିିଜି ଗ୍ୟାସ ପରି ବିଜେପିର ସୋଲାର ବିଦ୍ୟୁତ୍ ଘୋଷଣା ଏକ ବଡ ଜୁମଲା।

ପାଣ୍ଡିଆନ ଆହୁରି କହିଛନ୍ତି, ଚାଷୀଙ୍କ ପାଇଁ ୩୧୦୦ ଟଙ୍କା ଏମ୍‌ଏସପି ବଡ ଜୁମଲା। ଏମ୍‌ଏସ୍‌ପି ବୃଦ୍ଧି କେନ୍ଦ୍ର ବିଚାରାଧୀନ ହୋଇଥିଲେ ବି ୧୦ ବର୍ଷ ଧରି ଚାଷୀଙ୍କ କଥା ଚିନ୍ତା କରିନଥିଲା ବିଜେପି। ଏବେ ନିର୍ବାଚନ ପାଇଁ ଚାଷୀଙ୍କ କଥା ମନେ ପଡୁଛି।ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା ଭାଉଚର ଦେବାକୁ ବିଜେପିର ଘୋଷଣା ମଧ୍ୟ ଏକ ଜୁମଲା। ଯଦି ୫୦ ହଜାର ଟଙ୍କା ଦିଆଯାଏ ୧ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। କିନ୍ତୁ ଓଡ଼ିଶାରେ ବିକାଶମୂଳକ ବାବଦରେ ସ୍କିମ ୨୫ ହଜାର କୋଟି ଟଙ୍କା ବଜେଟ ରହୁଛି। ୧୫ ଲକ୍ଷ ଆକାଉଣ୍ଟ କୁ ଦେବା ଘୋଷଣା କରି ଏହ ବିଜେପିର ଆଉ ଏକ ଜୁମଲା ପାଣ୍ଡିଆନ କହିଛନ୍ତି।

Leave A Reply

Your email address will not be published.