Odisha Link
Bridging the Missing Links in Odisha

ବଦଳିବ ଓଡ଼ିଶାର ଭାଗ୍ୟ: ମୋଦି

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ବାକି ଥିବା ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର। ମୈଦାନକୁ ଓହ୍ଲାଇବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ୍ ନେତା। ରାଜ୍ୟରେ ଶାସକ ଦଳ ନିଜ ଗାଦିକୁ ବଞ୍ଚାଇ ରଖିବା ପାଇଁ ଜୋରଦାର ଉଦ୍ୟମ କରୁଥିବାବେଳେ ବିଜେପି ଫୋକସରେ ଓଡିଶା ରହିଛି। ଏହି କ୍ରମରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ବୟାନ ଦେଇଛନ୍ତି।

ଓଡ଼ିଶାରେ ଜୁନ ୪ରେ ବିଜୁ ଜନତା ଦଳର ଏକ୍ସପାରୀ ଡେଟ୍। ଜୁନ୍‌ ୧୦ରେ ଓଡ଼ିଶାରେ ଶପଥ ନେବେ ବିଜେପି ମୁଖ୍ୟମନ୍ତ୍ରୀ। ଏସବୁ କହି ପୁଣି ନିଜ କଥା ଦୋହରାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାର ଭାଗ୍ୟ ବଦଳିବ, ପରିବର୍ତ୍ତନ ହେବାକୁ ଯାଉଛି। ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୃଢୋକ୍ତି ପ୍ରକାଶ କରିଛନ୍ତି।

Leave A Reply

Your email address will not be published.