Odisha Link
Bridging the Missing Links in Odisha

ପାଣ୍ଡିଆନଙ୍କ ଦୃଢ଼ୋକ୍ତି; ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବହୁମତ ପାଇଛି ବିଜେଡି

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ତିନୋଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ବାକି ଥିବା ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର। ମୈଦାନକୁ ଓହ୍ଲାଇବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ୍ ନେତା। ରାଜ୍ୟରେ ଶାସକ ଦଳ ନିଜ ଗାଦିକୁ ବଞ୍ଚାଇ ରଖିବା ପାଇଁ ଜୋରଦାର ଉଦ୍ୟମ କରୁଥିବାବେଳେ ବିଜେପି ଫୋକସରେ ଓଡିଶା ରହିଛି। ଏସବୁ ଭିତରେ ଭି.କେ ପାଣ୍ଡିଆନ ୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରିଛନ୍ତି। ବିଜେପିର ୯ ସେଲ୍ଫ ଗୋଲ କଥା କହି ସମାଲୋଚନା ମଧ୍ୟ କରିଛନ୍ତି।

ସେ କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶା ବାସୀ। ବାହାରୁ ନେତା, କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ କରି ଗାଳି ଗୁଲଜ କରୁଛନ୍ତି। ଯାହାକୁ ଓଡ଼ିଶାବାସୀ ପସନ୍ଦ କରୁନାହାନ୍ତି। ଖାଲି ଏତିକି ନୁହେଁ ମିଶନ ଶକ୍ତିକୁ ବନ୍ଦ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ବିଜେପି ସରକାରକୁ ଆସିଲେ ମିଶନ ଶକ୍ତି ବନ୍ଦ କରିବେ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ଆୟୁଷ୍ମାନ ଭାରତ କେବଳ ବିପିଏଲ ପରିବାର ପାଇଁ। କିନ୍ତୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାଯୋଜନା ସମସ୍ତଙ୍କ ପାଇଁ। ରାଜ୍ୟର ୯୦ ପ୍ରତିଶତ ଲୋକ ସୁବିଧା ପାଉଛନ୍ତି। ଆଗକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡରେ ସମସ୍ତଙ୍କୁ ସାମିଲ କରାଯିବ। ଓଡ଼ିଶାରେ ବିଜେପିର ସ୍ଥିତି କିଛି ନାହିଁ। ତୃତୀୟ ପର୍ଯ୍ୟାୟ ପରେ ଲୋକଙ୍କ ଆଶିର୍ବାଦରେ ବିଜେଡି ବହୁମତ ପାଇ ସାରିଛି ବୋଲି ଭି.କେ ପାଣ୍ଡିଆନ ଦୃଢୋକ୍ତି ପ୍ରକାଶ କରିଛନ୍ତି।

Leave A Reply

Your email address will not be published.