ରାଜ୍ୟରେ ଅସହ୍ୟ ତାତି, ସତର୍କ ରହିବାକୁ ଜାରି ହେଲା ନିର୍ଦ୍ଦେଶ
ଓଏଲ୍ ବ୍ୟୁରୋ: ରାଜ୍ୟରେ ଅସମ୍ଭାଳ ହେଲାଣି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଖରା ଓ ଗୁଳୁଗୁଳିକୁ ନେଇ ସତର୍କ କଲେ ଏସଆରସି। ବିଶେଷ କରି ପଶ୍ଚିମ ଓଡିଶା ପାଇଁ ଭୀଷଣ ଗ୍ରୀଷ୍ମ ପ୍ରବାହ ଚେତାବନୀ ଦିଆଯାଇଛି। ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଏନେଇ ସତର୍କ କରାଇଛନ୍ତି ଏସଆରସି।
ଅଂଶୁଘାତ ମୁକାବିଲା ପାଇଁ ସବୁ ଡାକ୍ତରଖାନାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଥିବାରୁ ଅଂଶୁଘାତ ରୋଗୀଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି। ଏନେଇ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ସିଏଚସି, ପିଏଚସି, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।