Odisha Link
Bridging the Missing Links in Odisha

କେଜ୍ରିୱାଲଙ୍କୁ ସୁପ୍ରିମ ଝଟ୍‌କା, ଆସନ୍ତା ୪ ଦିନ ମଧ୍ୟରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ

ଓଏଲ୍‌ ବ୍ୟୁରୋ: ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟ୍‌କା ଲାଗିଛି। କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ମିଆଦ ବୃଦ୍ଧି ଆବେଦନ ଖାରଜ କରାଯାଇଛି। ଜାମିନ ମିଆଦ ବୃଦ୍ଧି ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ଜୁନ୍ ୨ ତାରିଖ ସୁଦ୍ଧା ଆତ୍ମସମର୍ପଣ କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି। ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ। ଅନ୍ତରୀଣ ଜାମିନ ପ୍ରଦାନ କରିବା ସହ ଆସନ୍ତା ଜୁନ୍ ୨ ତାରିଖରେ ହାଜର ହେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.