Odisha Link
Bridging the Missing Links in Odisha

ଜୁନ୍ ପହିଲାରେ ଶେଷ ପର୍ଯ୍ୟାୟ ନିର୍ବାଚନ, ଆଜି ପ୍ରଚାରର ଶେଷ ଦିନ

ଓଏଲ୍‌ ବ୍ୟୁରୋ: ଚଳଚଞ୍ଚଳ ରାଜ୍ୟ ରାଜନୀତି। ଜୁନ ପହିଲାରେ ହେବାକୁ ଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ। ସେହିଭଳି ଆଜି ସଂଧ୍ୟାରେ ମଧ୍ୟ ଦେଶରେ ହେବାକୁ ଥିବା ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ସରୁଛି ପ୍ରଚାର। ଏହି ପର୍ଯ୍ୟାୟରେ ବହୁ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ। ରାଜ୍ୟରେ ନିଜ ଗାଦିକୁ ବଞ୍ଚାଇ ରଖିବା ପାଇଁ ବିଜେଡି ପକ୍ଷରୁ ପ୍ରାଣ ପଣେ ଉଦ୍ୟମ ଜାରି ରହିଥିଵାବାବେଳେ ବିଜେପି ମଧ୍ୟ କେନ୍ଦ୍ରୀୟ ନେତାଙ୍କୁ ଆଣି ଓଡ଼ିଶାରେ ଘନ ଘନ ପ୍ରଚାର ଚଳାଇଛି। ଓଡ଼ିଶାରେ ବିଜେଡି, ବିଜେପି, କଂଗ୍ରେସ ସମେତ ସମସ୍ତ ପ୍ରମୁଖ ଦଳର ତୁଙ୍ଗ ନେତାମାନେ ମାରାଥନ ପ୍ରଚାର କରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ସବୁ ଶକ୍ତି ଲଗାଇ ଦେଇଛନ୍ତି।

ଜୁନ ପହିଲାରେ ହେବାକୁ ଥିବା ଶେଷ ପର୍ଯ୍ୟାୟ ନିର୍ବାଚନରେ ଦେଶର ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୭ଟି ସଂସଦୀୟ ଆସନ ପାଇଁ ମତ ଅଧିକାର ସାବ୍ୟସ୍ତ କରିବେ ଭୋଟର। ଉତ୍ତରପ୍ରଦେଶର ୧୩, ପଞ୍ଜାବର ୧୩, ବିହାରର ୮, ପଶ୍ଚିମବଙ୍ଗ ୯, ଚଣ୍ଡିଗଡ଼ର ଗୋଟିଏ, ଓଡ଼ିଶାର ୬ ଏବଂ ଝାଡଖଣ୍ଡର ୩ଟି ଲୋକସଭା ଆସନରେ ମତଦାନ ହେବ। ଓଡ଼ିଶାରେ ୬ ଲୋକସଭା ଆସନ ଓ ଏହି ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୪୨ ଆସନରେ ଭୋଟ ଗ୍ରହଣ ହେବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ।

Leave A Reply

Your email address will not be published.