Odisha Link
Bridging the Missing Links in Odisha

ଆସନ୍ତାକାଲି ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟିଂ, ପ୍ରସ୍ତୁତି ନେଇ ସୂଚନା ଦେଲେ ପୁଲିସ ଡିଜିପି

ଓଏଲ୍‌ ବ୍ୟୁରୋ: ଚଳଚଞ୍ଚଳ ରାଜ୍ୟ ରାଜନୀତି। ଶେଷ ପର୍ଯ୍ୟାୟରେ ପହଂଚିଛି ୨୦୨୪ ମହାଲଢ଼େଇ। ଅନ୍ତିମ ପର୍ଯ୍ୟାୟ ମତଦାନ ପାଇଁ ଶେଷ ହେଲା ପ୍ରଚାର। ରାତି ପହିଲେ ପଡ଼ିବ ଭୋଟ। ବିଭିନ୍ନ ବୁଥ ଅଭିମୁଖେ ପୋଲିଂ ପାର୍ଟି। ଓଡ଼ିଶାର ୪୬୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର। ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ ୪୨ଟି ବିଧାନସଭା ଆସନରେ ପଡ଼ିବ ଭୋଟ।

ପୁଲିସ ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା କରିଛନ୍ତି। ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନରେ ୬ଟି ସଂସଦୀୟ କ୍ଷେତ୍ର ଯଥା-ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ସମେତ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନରେ ଆସନ୍ତାକାଲି ମତଦାନ ହେବ। ଶେଷ ପର୍ଯ୍ୟାୟରେ ବିଧାନସଭାର ୩୯୪ଜଣ ଓ ଲୋକସଭାର ୬୬ଜଣ ପ୍ରାର୍ଥୀ ସେମାନଙ୍କର ଭାଗ୍ୟ ପରୀକ୍ଷା କରୁଛନ୍ତି। ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୨୨ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ଓ ପୁରୀ ଜିଲ୍ଲାର ୨ଟି ବିଧାନସଭା କ୍ଷେତ୍ରରେ ୭ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇଛନ୍ତି ବୋଲି ଅରୁଣ କୁମାର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.