ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ

ଓଏଲ୍ ବ୍ୟୁରୋ: ସକାଳୁ ସକାଳୁ ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାର ନିକଟରେ ଲାଗିଲା ନିଆଁ। ନାକଚଣା ନିକଟରେ ଥିବା ଅଳିଆ ଗଦାରେ ଲାଗିଥିଲା ନିଆଁ। ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇ ନଥିବା ସୂଚନା ରହିଛି।
ସ୍ଥାନୀୟ ବାସିନ୍ଦାଙ୍କ କହିବା ମୁତାବକ, ସକାଳେ ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଥିଲା। ଶୀଘ୍ର ନିଆଁ ଚାରିଆଡେ ବ୍ୟାପି ଯାଇଥିଲା। ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀକୁ ଯୋଗାଯୋଗ କରିଥିଲେ ଲୋକେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ। ହେଲେ ଅତ୍ୟଧିକ ଧୁଆଁ ହେଉଥିବାରୁ ଅଗ୍ନିଶମ ବାହିନୀକୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇ ପଡ଼ିଥିଲା। ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ।