ବ୍ରହ୍ମପୁର ଲୋକସଭା: ପ୍ରଦୀପ ଆଗରେ, ଭୃଗୁ ପଛରେ

ଓଏଲ୍ ବ୍ୟୁରୋ: ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍ ଗଣତି। ତେବେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ବ୍ରହ୍ମପୁର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି। ବିଜେପି ପ୍ରାର୍ଥୀ ପ୍ରଦୀପ କୁମାର ପାଣିଗ୍ରାହୀ ଆଗରେ ରହିଛନ୍ତି।
ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ପ୍ରଦୀପ କୁମାର ପାଣିଗ୍ରାହୀ ୧୩,୯୭୧ ଖଣ୍ଡ ଭୋଟ ପାଇଛନ୍ତି। ବିଜୁ ଜନତା ଦଳର ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ୧୨,୫୭୮ ଖଣ୍ଡ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରଦୀପ ୧୩୯୩ ଖଣ୍ଡ ଭୋଟ ଆଗରେ ରହିଛନ୍ତି।
ସେହିପରି କଂଗ୍ରେସ ପ୍ରାର୍ଥୀ ରଶ୍ମିରଞ୍ଜନ ପଟ୍ଟନାୟକ ୬୨୯୮ ଖଣ୍ଡ ଭୋଟ ପାଇଁ ତୃତୀୟ ସ୍ଥାନରେ ରହିଛନ୍ତି।