Odisha Link
Bridging the Missing Links in Odisha

ସମ୍ବଲପୁର ଲୋକସଭା: ଧର୍ମେନ୍ଦ୍ର ଆଗରେ, ପଛରେ ପ୍ରଣବ ପ୍ରକାଶ ଦାସ

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ଭୋଟ ଗଣତି। ବାଲାଟ୍‌ ପେପର ଭୋଟ ଗଣତି ପରେ ଆରମ୍ଭ ହୋଇଛି ଇଭିଏମ୍‌ ଗଣତି। ତେବେ ମୁଖ୍ୟ ନିର୍ବାଚନ କମିଶନରଙ୍କ ଓ୍ବେବସାଇଟ୍‌ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ସମ୍ବଲପୁର ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି। ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଆଗରେ ରହିଛନ୍ତି।

ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ୭୦୭୪ ଖଣ୍ଡ ଭୋଟ ପାଇଛନ୍ତି। ବିଜୁ ଜନତା ଦଳର ପ୍ରାର୍ଥୀ ପ୍ରଣବ ପ୍ରକାସ ଦାସ ୪୦୫୯ ଖଣ୍ଡ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଧର୍ମେନ୍ଦ୍ର ପ୍ରଧାନ ୩୦୧୫ ଖଣ୍ଡ ଭୋଟ ଆଗରେ ରହିଛନ୍ତି।

ସେହିପରି କଂଗ୍ରେସ ପ୍ରାର୍ଥୀ ନଗେନ୍ଦ୍ର କୁମାର ପ୍ରଧାନ ୧୭୮୯ ଖଣ୍ଡ ଭୋଟ ପାଇଁ ତୃତୀୟ ସ୍ଥାନରେ ରହିଛନ୍ତି।

 

Leave A Reply

Your email address will not be published.