ସପ୍ତଦଶ ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି

ଓଏଲ୍ ବ୍ୟୁରୋ: ଭାଙ୍ଗିଲା ସପ୍ତଦଶ ଲୋକସଭା। ଭଙ୍ଗ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆ ସରକାର ଗଠନ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ରାଷ୍ଟ୍ରପତି ଭବନକୁ ଯାଇ ସେଠାରେ ରାଷ୍ଟ୍ରପତିଙ୍କୁ ଇସ୍ତଫାପତ୍ର ଦେଇଥିଲେ। ଏହା ପରେ ରାଷ୍ଟ୍ରପତି ଲୋକସଭା ଭଙ୍ଗ କରିଛନ୍ତି।
ସୂଚନାଥାଉକି, ମଙ୍ଗଳବାର ଲୋକସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଥିଲା। ୫୪୩ ଆସନ ମଧ୍ୟରୁ ବିଜେପି ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ବହୁମତ ହାସଲ କରିଛି। ଏନଡିଏକୁ ୨୯୨ ଆସନ ମିଳିଛି। ସେଥିରୁ ବିଜେପି ଏକାକୀ ୨୪୦ ଆସନ ଦଖଲ କରିଛି। ତେଣୁ ସହଯୋଗୀ ଦଳଗୁଡ଼ିକ ସହିତ ମିଶି ବିଜେପି ଏଥର ସରକାର ଗଠନ କରିବାକୁ ପ୍ରସ୍ତୁତି ଚଳାଇଛି।
ଅନ୍ୟପଟେ ଆଜି ଦିଲ୍ଲୀରେ ଏନଡିଏର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଦିଲ୍ଲୀରେ ବସିଥିବା ଏନଡିଏ ବୈଠକରେ ନରେନ୍ଦ୍ର ମୋଦି ସରକାର ଗଠନ କରିବାକୁ ସମର୍ଥନ ଜଣାଇଲେ ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡୁ ଓ ଜେଡିୟୁ ସୁପ୍ରିମୋ ନୀତୀଶ କୁମାର।