Odisha Link
Bridging the Missing Links in Odisha

୮ରେ ଶପଥ ନେବେ ମୋଦି!

ଓଏଲ୍‌ ବ୍ୟୁରୋ: ଅପେକ୍ଷାର ଘଟିଲା ଅନ୍ତ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି କେବେ ଶପଥ ନେବେ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁସାରେ, ଜୁନ୍‌ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି। ୮ ତାରିଖ ସନ୍ଧ୍ୟାରେ ହୋଇପାରେ ଶପଥ ଗ୍ରହଣ ଉତ୍ସବ ପାଳନ ହେବାର ସମ୍ଭାବନା ରହିଛି। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ।

ଲୋକସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍‌ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀସ୍ଥିତ ଦଳ ମୁଖ୍ୟାଳୟରେ ଦେଶର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Leave A Reply

Your email address will not be published.