କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ? ପ୍ରତିକ୍ରିୟା ରଖିଲେ ମନମୋହନ ସାମଲ..
ଓଏଲ୍ ବ୍ୟୁରୋ: ଅପେକ୍ଷାର ଘଟିଲା ଅନ୍ତ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। ୨୦୨୪ ନିର୍ବାଚନରେ ବିଜେପିକୁ ସଂଖ୍ୟା ଗରିଷ୍ଠତା ମିଳିଛି। ରାଜ୍ୟରେ ବିଜେଡି ୫୧ଟି ଆସନରେ ବିଜୟ ହୋଇଛି। ଏହା ପରେ ବିଜେପି ସରକାର ଗଢିବା ନେଇ ସ୍ପଷ୍ଟ ହୋଇଛି। ହେଲେ ବିଜେପି କାହାକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ତାହାକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି।
ଏସବୁ ଭିତରେ ରାଜ୍ୟ ବିଜେପି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପରିବର୍ତ୍ତନ ଆଣିବା ଲୋକଙ୍କ ମନରେ ଥିଲା। ଏ ନିର୍ବାଚନ ସାଧାରଣ ଲୋକଙ୍କ ଥିଲା, ସେମାନେ ଲଢୁଥିଲେ। ଭ୍ରଷ୍ଟ ଶାସନ ବିରୋଧରେ, ଓଡ଼ିଶାର ଅସ୍ମିତା ପାଇଁ ଲଢ଼ିଥିଲୁ। ଏସବୁ କଥା ଓଡ଼ିଶାର ଭୋଟର ଗ୍ରହଣ କରିଥିଲେ। କିଏ ମୁଖ୍ୟମନ୍ତ୍ରୀ ହେବ ପାର୍ଲାମେଣ୍ଟ ପାର୍ଟି ନିଷ୍ପତ୍ତି ନେବ। ପ୍ରଧାନମନ୍ତ୍ରୀ କହିବା ଅନୁସାରେ ଜଣେ ଓଡ଼ିଆ ହିଁ ମୁଖ୍ୟମନ୍ତ୍ରୀ ହେବେ। ସରକାର ଆସିବା ମାତ୍ରେ ଯାହା କହିଥିଲୁ ତାହା କରିବୁ। ଆୟୁଷ୍ମାନ ଯୋଜନା ଲାଗୁ କରିବୁ, ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବୁ ବୋଲି ବିଜେପି ସଭାପତି କହିଛନ୍ତି।