Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ଭିତରେ ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ତେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ଏସବୁ ମଧ୍ୟରେ ବ୍ରଜରାଜନଗରର ନବ ନିର୍ବାଚିତ ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା ହୋଇଛି।

ମିଳିଥିବା ସୂଚନା ମୁତାବକ ଗତକାଲି ସନ୍ଧ୍ୟାରେ ବ୍ରଜରାଜନଗର ନବ ନିର୍ବାଚିତ ବିଧାୟକ ସୁରେଶ ପୂଜାରୀ ଦିଲ୍ଲୀ ଯାଇଥିବା ସୂଚନା ମିଳିଛି। ଦିଲ୍ଲୀରେ ସେ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିପାରନ୍ତି। ସବୁଠୁ ବଡ଼କଥା ହେଲା ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦୌଡ଼ରେ ସୁରେଶ ପୂଜାରୀଙ୍କ ନାଁ ରହିଛି। ଏହାରି ଭିତରେ ସୁରେଶ ପୂଜାରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି ।

ସୂଚନାଥାଉକି, ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ସକାଳେ ବିଧାୟକ ଦଳ ବୈଠକ ବସିବ। ହେଲେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ସ୍ପଷ୍ଟ ହୋଇନାହିଁ। ଆସନ୍ତାକାଲି ଦ୍ବିପହରରେ ଏହା ସ୍ପଷ୍ଟ ହୋଇଯିବ।

Leave A Reply

Your email address will not be published.