ବୁଧବାର ଅପରାହ୍ନ ୪.୪୫ରେ ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ବୁଧବାର ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ। ବୁଧବାର ଅପରାହ୍ନ ୪ଟା ୪୫ ମିନିଟରେ ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ। ଏନେଇ ଆସିଛି ବଡ଼ ଖବର। ସେହିପରି ଅପରାହ୍ନ ୨ଟା ୧୦ ମିନିଟରେ ଓଡ଼ିଶାରେ ପହଁଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପରେ ବିମାନବନ୍ଦରରୁ ସିଧା ରାଜଭବନ ଅଭିମୁଖେ ଯାତ୍ରା କରିବେ ପ୍ରଧାନମନ୍ତ୍ରୀ। ପରେ ରାଜଭବନରୁ ସିଧା ଜନତା ମଇଦାନ ଯାତ୍ରା କରି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ କାର୍ଯ୍ୟରେ ଯୋଗ ଦେବେ।
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥପାଠ ସମାରୋହରେ ଯୋଗଦେବେ ପାଖାପାଖି ୩୫ ହଜାର ଜନତା । ଏଥିପାଇଁ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିସନରେଟ୍ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ୟ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯିବ।
ସେହପିରି ଟ୍ରାଫିକରେ ସମସ୍ୟା ଦେଖାନଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଖୋଦ ପୁଲିସ କମିସନର ସଞ୍ଜୀବ ପଣ୍ଡା ଓ ଡିସିପି ପ୍ରତୀକ ସିଂହ ପ୍ରତିଦିନ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ନେଇ ଘନ ଘନ ବୈଠକ କରିବା ସହ ସୁରକ୍ଷା ଦିଗ ଉପରେ ଆଲୋଚନା କରୁଛନ୍ତି।