Odisha Link
Bridging the Missing Links in Odisha

ବୁଧବାର ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ସୋ’, ସୁରକ୍ଷା ବ୍ୟବସ୍ଥା ନେଇ ପୁଲିସ ବିଭାଗର ବୈଠକ

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି। ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ପ୍ରାୟ ୬ ଦଶନ୍ଧି ପରେ, ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେଇଛନ୍ତି। ତେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବେ କଳ୍ପନାଜଳ୍ପନା ଚାଲିଥିବାବେଳେ ଆସନ୍ତା ୧୨ ତାରିଖରେ ଶପଥ ସମାରୋହ ଉତ୍ସବ ହେବାର କାର୍ଯ୍ୟକ୍ରମ ରହିଛି।

ଏହି କ୍ରମରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା କଡାକଡି ହେବ। ଯାହାକୁ ନେଇ ପୁଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଡିଆଇଜି ଉମାଶଙ୍କର ଦାଶ, ପୁଲିସ କମିଶନର ସାମିଲ ରହିଥିବାବେଳେ ଡିଆଇଜି ସାର୍ଥକ ଷଡ଼ଙ୍ଗୀ, ଭୁବନେଶ୍ୱର ଡିସିପି ମଧ୍ୟ ସାମିଲ ରହିଛନ୍ତି। ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ଜାରି ରହିଛି। ବୈଠକରେ ଭୁବନେଶ୍ୱର ସମସ୍ତ ଥାନା ଅଧିକାରୀ ଉପସ୍ଥିତ ରହିଥିଲେ।

Leave A Reply

Your email address will not be published.