Odisha Link
Bridging the Missing Links in Odisha

କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ? ଦିଲ୍ଲୀରୁ ଫେରି ପ୍ରତିକ୍ରିୟା ରଖିଲେ ସୁରେଶ ପୂଜାରୀ..

ଓଏଲ୍‌ ବ୍ୟୁରୋ: ପ୍ରଥମ ଥର ପାଇଁ ଓଡ଼ିଶାରେ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ନୂଆ ସରକାର ଗଠନ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ତେବେ କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଏବେବି ଅଙ୍କକଷା ଚାଲିଛି। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ କିଏ ହେବେ ଚର୍ଚ୍ଚାକୁ ନେଇ ଦିଲ୍ଲୀରୁ ଫେରିବା ପରେ ବିଜେପି ବିଧାୟକ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କିଏ ହେବେ ପ୍ରଶ୍ନରେ ଘୋଷଣାକୁ ଅପେକ୍ଷା କରନ୍ତୁ ବୋଲି ସେ କହିଛନ୍ତି।

ବିଜେପି ବିଧାୟକ ସୁରେଶ ପୂଜାରୀ ଆହୁରି ମଧ୍ୟ କହିଛନ୍ତି, ଦଳୀୟ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ। ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୁପେନ୍ଦ୍ର ଯାଦବ ଆସିବେ। ବିଧାୟକ ଦଳ ବୈଠକରେ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ବିଧାୟକ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି। ତେବେ ଓଡିଶା ଶାସନ ଗାଦିରେ କିଏ ବସିବେ ସେନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ଏଯାଏଁ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିନାହିଁ।

Leave A Reply

Your email address will not be published.