୪ ବର୍ଷ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଓଏଲ୍ ବ୍ୟୁରୋ: ବୁଧବାର ଅପରାହ୍ନରେ ସରକାର ଗଠନ କରିବ ବିଜେପି। ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ଆସନ୍ତା ଜୁନ୍ ୧୩ ତାରିଖରୁ ଲୋକସେବା ଭବନ ସାମ୍ବାଦିକଙ୍କ ପାଇଁ ଖୋଲା ରହିବ। ୪ ବର୍ଷ ଧରି ଲୋକସେବା ଭବନ ସାମ୍ବାଦିକଙ୍କ ପାଇଁ ବନ୍ଦ ରହିଥିଲା।
କରୋନା କାଳରୁ ସାମ୍ବାଦିକଙ୍କ ଲୋକସେବା ଭବନରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା। ୨୦୨୦ ମାର୍ଚ୍ଚ ମାସରୁ ଏଭଳି ସ୍ଥିତି ଜାରି ରହିଥିଲା। ଯାହାକୁ ନେଇ ଅନେକ ସମୟରେ ବିଜେପି ପ୍ରତିବାଦ କରିବା ସହ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯାଉ ବୋଲି ଦାବି ରଖିଥିଲା। ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି।