Odisha Link
Bridging the Missing Links in Odisha

ବଡ଼ ଖବର: ଜୁନ୍‌ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଅପରାହ୍ନରେ ଶପଥ ଗ୍ରହଣ କରିବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ନୂଆ ସରକାର ଶପଥ ଗ୍ରହଣ କରିବ। ଏସବୁ ମଧ୍ୟରେ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ। ଜୁନ୍‌ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ହୋଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ସବୁଠୁ ବଡ଼ କଥା ହେଲା ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ଯେ ସରକାରୀ ଅଧିକାରୀ ମାନଙ୍କୁ ହେଡକ୍ୱାର୍ଟର ନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ନୂଆ ସରକାରଙ୍କ ଶପଥ ସମାରୋହ ପାଇଁ ଏଭଳି ନିର୍ଦ୍ଦେଶାନାମା ଜାରି କରାଯାଇଛି। କେବଳ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲେ ଛୁଟି ଅନୁମତି ମିଳିବ।

ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲାପାଳ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ଅବଗତ କରିଛନ୍ତି। ଶପଥଗ୍ରହଣ ପରେ ସରକାରୀସ୍ତରରେ ଅନେକ ଗୁଡିଏ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ତେଣୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.