Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ: ୫ ଘଣ୍ଟାର ଟ୍ରାଫିକ କଟକଣା

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ପାଇବ ନୂଆ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସୁଛନ୍ତି। ଏଥିପାଇଁସୁ ରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ବ୍ୟବସ୍ଥା ନେଇ ପୁଲିସ କମିଶନର ସଞ୍ଜୀବ ପଣ୍ଡା ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି।

ଜନତା ମୈଦାନରେ ହେବାକୁ ଥିବା ଶପଥଗ୍ରହଣ ଉତ୍ସବ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୫ ଘଣ୍ଟାର ଟ୍ରାଫିକ କଟକଣା ଜାରି କରିଛି କମିସନରେଟ ପୁଲିସ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ଯାଏଁ ଜୟଦେବ ବିହାରରୁ ନାଲକୋ ଛକ ମଧ୍ୟରେ ଗାଡି ଚଳାଚଳ ଉପରେ ରୋକ ଲଗାଯାଇଛି। ସେହିଭଳି ଏହି ରୁଟକୁ ସଂଯୋଗ କରୁଥିବା ଗଳି ରାସ୍ତାକୁ ମଧ୍ୟ ସିଲ କରାଯିବ। ଏହି ରାସ୍ତାରେ ମଧ୍ୟ ଗାଡି ଚଳାଚଳ ହେବନି ବୋଲି ସ୍ପଷ୍ଟ କରିଛି ପୁଲିସ କମିଶନର।

ପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ବସରେ ଆସିଥିବା ଯାତ୍ରୀ ଓଏସଏପି ୭ମ ବିଏନ ପଡିଆ ଗେଟ୍ ସାମ୍ନାରେ ଓହ୍ଲାଇ ଚାଲି ଚାଲି ଜନତା ମୈଦାନକୁ ଯିବେ। ସେହିଭଳି ଏହି ବସ୍ ଗୁଡିକ ରେଲୱେ କଲୋନୀ ଗୋଲେଇ ଛକ ଠାରୁ ଉକ୍ରଳ ହସ୍ପିଟାଲ ଏବଂ ହାତିଆସୁଣୀ ଛକ ରାସ୍ତାରେ ପାର୍କିଂ କରିପାରିବେ। ସେହିଭଳି ଚାରି ଚକିଆ ଯାନ ଗୁଡିକ ସୈନିକ ସ୍କୁଲ କ୍ୟାମ୍ପସରେ ପାର୍କିଂ କରିବେ।

Leave A Reply

Your email address will not be published.