Odisha Link
Bridging the Missing Links in Odisha

ପ୍ରକାଶ ପାଇଲା ମନ୍ତ୍ରୀ ତାଲିକା, ମୁଖ୍ୟମନ୍ତ୍ରୀଙ୍କ ସହ ଶପଥ ନେବେ ୮ କ୍ୟାବିନେଟ ମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଉ କିଛି ସମୟ ପରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏହାପୂର୍ବରୁ ସେ ବରପୂତ୍ରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଛନ୍ତି। ଓଡିଶାରେ ପ୍ରଥମ ଥର ଏକାକୀ ସରକାର ଗଢୁଛି ଭାରତୀୟ ଜନତା ପାର୍ଟି। ଆଉ ବିରୋଧୀ ଦଳରେ ବସିବ ବିଜୁ ଜନତା ଦଳ। ତେଣୁ ମନ୍ତ୍ରୀ ମଣ୍ଡଳରେ କାହାକୁ ସ୍ଥାନ ଦିଆଯିବ ସେ ନେଇ ବିଜେପି ଭିତରେ ଅଙ୍କ କଷା ଚାଲିଥିବାବେଳେ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ଜଣ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀଙ୍କ ନାମ ସ୍ପଷ୍ଟ ହୋଇଛି।

୮ କ୍ୟାବିନେଟ ମନ୍ତ୍ରୀ: –

ସୁରେଶ ପୂଜାରୀ, ରବିନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଧାୟକ ବିଭୁତି ଭୂଷଣ ଜେନା, କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନାମ ସ୍ପଷ୍ଟ ହୋଇଛି।

୫ଜଣ ରାଷ୍ଟ୍ରମନ୍ତ୍ରୀ:-

ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳ ନନ୍ଦ ମଲ୍ଲିକ, ସଂପଦ କୁମାର ସ୍ୱାଇଁଙ୍କ ନାମ ସ୍ପଷ୍ଟ ହୋଇଛି।

Leave A Reply

Your email address will not be published.