ଜନତା ମୈଦାନରେ ଜନସମାଗମ, ଆଉ କିଛି ସମୟରେ ଶପଥ ନେବେ ମୋହନ ମାଝୀ
ଓଏଲ୍ ବ୍ୟୁରୋ: ଆଉ କିଛି ସମୟ ମଧ୍ୟରେ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ସବୁଠୁ ବଡ଼କଥା ହେଲା ସରପଞ୍ଚରୁ ରାଜନୈତିକ ଜୀବନ ଆରମ୍ଭ କରିଥିବା ମୋହନ ମାଝୀ ଆଉ କିଛି ସମୟ ମଧ୍ୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହିତ ପ୍ରଥମ ଥର ପାଇଁ ଓଡ଼ିଶାରେ ୨ ଜଣ ଉପମୁଖ୍ୟମନ୍ତ୍ରୀ ଶପଥ ନେବେ। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହି ଅବସରରେ ଜନତା ମୈଦାନରେ ଜନସମାଗମ ଦେଖିବାକୁ ମିଳିଛି।