Odisha Link
Bridging the Missing Links in Odisha

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ରାଜଭବନରେ ସ୍ବାଗତ କଲେ ମୋହନ ମାଝୀ

ଓଏଲ୍‌ ବ୍ୟୁରୋ: ଆଉ କିଛି ସମୟ ପରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏହି ବର୍ଣ୍ଣାଢ଼୍ୟ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେ ସିଧା ରାଜଭବନ ଯାଇଛନ୍ତି।

ଶପଥ ଉତ୍ସବ ସମାରୋହରେ ଯୋଗ ଦେବା ପାଇଁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ପହଞ୍ଚୁଛନ୍ତି। ଭୁବନେଶ୍ବର ଆସିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରୀ ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ବି ଓଡ଼ିଶାରେ ପହଞ୍ଚିଛନ୍ତି। ଅପରାହ୍ନ ୪ଟା ୪୫ରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ।

Leave A Reply

Your email address will not be published.