Odisha Link
Bridging the Missing Links in Odisha

ଭୁବନେଶ୍ବରରେ ୫ ଘଣ୍ଟାର ଟ୍ରାଫିକ କଟକଣା, ଆଜି ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏହି ବର୍ଣ୍ଣାଢ଼୍ୟ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଶପଥ ଗ୍ରହଣ ସମାରୋହ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି କମିଶନରେଟ୍‌ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ୍‌ ନିର୍ଦ୍ଦେଶନାମା ଜାରି କରାଯାଇଛି। ଆଜି ଅପରାହ୍ନ ୨ଟାରୁ ଶପଥ ଗ୍ରହଣ ସମାରୋହ ସରିବା ଯାଏ ଜୟଦେବ ବିହାରରୁ ନାଲ୍‌କୋ ଛକ ଓ ସଂଲଗ୍ନ ଗଳି ରାସ୍ତାରେ ସାଧାରାଣ ଯାନବାହାନ ଚଳାଚଳକୁ ନିଷିଦ୍ଧ କରାଯାଇଛି।

ଜନତା ମୈଦାନରେ ହେବାକୁ ଥିବା ଶପଥଗ୍ରହଣ ଉତ୍ସବ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୫ ଘଣ୍ଟାର ଟ୍ରାଫିକ କଟକଣା ଜାରି କରିଛି କମିସନରେଟ ପୁଲିସ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ଯାଏଁ ଜୟଦେବ ବିହାରରୁ ନାଲକୋ ଛକ ମଧ୍ୟରେ ଗାଡି ଚଳାଚଳ ଉପରେ ରୋକ ଲଗାଯାଇଛି। ସେହିଭଳି ଏହି ରୁଟକୁ ସଂଯୋଗ କରୁଥିବା ଗଳି ରାସ୍ତାକୁ ମଧ୍ୟ ସିଲ କରାଯିବ। ଏହି ରାସ୍ତାରେ ମଧ୍ୟ ଗାଡି ଚଳାଚଳ ହେବନି ବୋଲି ସ୍ପଷ୍ଟ କରିଛି ପୁଲିସ କମିଶନର।

ଶପଥଗ୍ରହଣ ଉତ୍ସବରେ ସାମିଲ ହେବାକୁ ବସରେ ଆସିଥିବା ଯାତ୍ରୀ ଓଏସଏପି ୭ମ ବିଏନ ପଡିଆ ଗେଟ୍ ସାମ୍ନାରେ ଓହ୍ଲାଇ ଚାଲି ଚାଲି ଜନତା ମୈଦାନକୁ ଯିବେ। ସେହିଭଳି ଏହି ବସ୍ ଗୁଡିକ ରେଲୱେ କଲୋନୀ ଗୋଲେଇ ଛକ ଠାରୁ ଉତ୍କଳ ହସ୍ପିଟାଲ ଏବଂ ହାତିଆସୁଣୀ ଛକ ରାସ୍ତାରେ ପାର୍କିଂ କରିପାରିବେ। ସେହିଭଳି ଚାରି ଚକିଆ ଯାନ ଗୁଡିକ ସୈନିକ ସ୍କୁଲ କ୍ୟାମ୍ପସରେ ପାର୍କିଂ କରିବେ।

Leave A Reply

Your email address will not be published.