କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ
ଓଏଲ୍ ବ୍ୟୁରୋ: ଓଡ଼ିଶାରେ ଆରମ୍ଭ ହୋଇଛି ମୋହନ ସରକାର। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିଥିବା ବେଳେ ମୋହନଙ୍କ ମନ୍ତ୍ରିମଣ୍ଡଳରେ କିଏ ହେବ କେଉଁ ମନ୍ତ୍ରୀ ତାକୁ ନେଇ ଜୋର ଚର୍ଚ୍ଚା ଚାଲିଛି। ଏସବୁ ମଧ୍ୟରେ ଗତକାଲି ରାଜ୍ୟପାଳ ରଘୁବର ଦାସ ୮ ଥରର ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରିଥିଲେ। ଆଜି ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଛନ୍ତି।
ସେହିପରି ଜୁନ୍ ୨୦ ତାରିଖରେ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ତା ପୂର୍ବରୁ ଜୁନ୍ ୧୮ ଓ ୧୯ ତାରିଖରେ ନୂଆ ବିଧାୟକଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ। କାମଚଳା ବାଚସ୍ପତି ନୂଆ ବିଧାୟକଙ୍କ ଶପଥ ପାଠ କରାଇବେ।