ସିଏମ୍ଓରୁ ହଟିଲେ ୨୨ ଅଧିକାରୀ
![](https://www.odishalink.com/wp-content/uploads/2024/06/WhatsApp-Image-2024-06-19-at-1.13.50-PM.jpeg)
ଓଏଲ୍ ବ୍ୟୁରୋ: ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ମୋହନ ସରକାର ଶାସନ ଗାଦିରେ ବସିବା ପରେ ଗତକାଲିଠୁ ଆରମ୍ଭ ହୋଇଛି ପ୍ରଥମ ବିଧାନସଭା ଅଧିବେଶନ। ଏସବୁ ଭିତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଜଣ ଓଏସଏସ ଅଧିକାରୀଙ୍କୁ ନିଜ ବିଭାଗକୁ ଅପସାରଣ କରାଯାଇଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ସେହିଭଳି ୨ ନୂଆ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି। ଯୋଜନା ଓ ସଂଯୋଜନା ବିଭାଗର ଅନୁସଚିବ ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି।