କାଲି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସେନାପଟା ଲାଗି ନୀତି, ୧୧ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍ ବ୍ୟୁରୋ: ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତ୍ର ୧୨ ଠାରୁ ଆସନ୍ତାକାଲି ଶୁକ୍ରବାର ସକାଳ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।