ଆସନ୍ତାକାଲି କଳିଙ୍ଗ ଷ୍ଟାଡିୟମରେ ପାଳନ ହେବ ଯୋଗ ଦିବସ, ସାମିଲ ହେବେ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ଚଳିତବର୍ଷ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହେବ। ଏହି ବର୍ଷ ଯୋଗ ଦିବସ ପାଳନର ଥିମ ବା ଅନୁଚିନ୍ତା ରହିଛି ‘ନିଜ ଓ ସମାଜ’ ପାଇଁ ଯୋଗ। ରାଜ୍ୟସ୍ତରୀୟ ଯୋଗ ଦିବସ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ୍ ଠାରେ ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଜ୍ୟମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକଗଣ ମଧ୍ୟ ଜିଲ୍ଲାସ୍ତରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏନେଇ ତାଲିକା ବିଜ୍ଞପ୍ତି ପ୍ରକାଶ ପାଇଛି।
https://x.com/IPR_Odisha/status/1803687289761177752/photo/1