ବାଚସ୍ପତି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରମା ପାଢ଼ୀ

ଓଏଲ୍ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ। ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ଏସବୁ ଭିତରେ ରଣପୁର ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ଭାବେ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ଆଜି ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ଦ୍ଧାରିତ ସମୟରେ ଆଉ କେହି ଭରିନାହାନ୍ତି ନାମାଙ୍କନ। ଯାହାଦ୍ୱାରା ନିର୍ଦ୍ବନ୍ଦ୍ବରେ ବାଚସ୍ପତି ଭାବେ ନିର୍ବାଚିତ ହେବେ ସୁରମା ପାଢ଼ୀ। ସେ କାମଚଳା ବାଚସ୍ପତିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।