Odisha Link
Bridging the Missing Links in Odisha

ପୁଣି ଅଡୁଆରେ କେଜ୍ରିୱାଲ, ଜାମିନ୍‌ରେ ରୋକ୍‌ ଲଗାଇଲେ ହାଇକୋର୍ଟ

ଓଏଲ୍‌ ବ୍ୟୁରୋ: ପୁଣି ଅଡୁଆରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଗତକାଲି ତଳ କୋର୍ଟ ଜାମିନ ପ୍ରଦାନ କରିଥିବା ବେଳେ ଆଜି ହାଇକୋର୍ଟ ଏହା ଉପରେ ରୋକ ଲଗାଇଛି। ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଏହି ଜାମିନ ପ୍ରଦାନ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି। କେଜ୍ରିୱାଲଙ୍କ ଜାମିନ ପ୍ରଦାନ ବିରୋଧରେ ଇଡି ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲା।

ଇଡି ପକ୍ଷରୁ କୁହାଯାଇଥିଲା ଯେ, ଏହି ମାମଲାର ଯାଞ୍ଚ ଚାଲୁଥିବା ବେଳେ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିବା ଯାଞ୍ଚ ପ୍ରକ୍ରିୟାକୁ ପ୍ରଭାବିତ କରିପାରେ। କାରଣ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅଛନ୍ତି। ଦିଲ୍ଲୀ କୋର୍ଟ ଦେଇଥିବା ଜାମିନରେ ହାଇକୋର୍ଟ ରୋକ୍‌ ଲଗାଇଲେ। ରାୟ ପ୍ରକାଶ ପର୍ଯ୍ୟନ୍ତ ଜାମିନରେ ରୋକ୍‌ ଲଗାଇଲେ ହାଇକୋର୍ଟ। ଇଡି ଆବେଦନ ଉପରେ ରାୟ ପ୍ରକାଶ ପର୍ଯ୍ୟନ୍ତ ଜାମିନ ବାତିଲ୍‌ ହୋଇଛି। ଜାମିନରେ ରୋକ୍‌ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବେ ତିହାର ଜେଲ୍‌ରେ ରହିବେ।

Leave A Reply

Your email address will not be published.