Odisha Link
Bridging the Missing Links in Odisha

୫ ଦିନ ବର୍ଷିବ, ଆକଳନ କଲା ପାଣିପାଗ ବିଭାଗ

ଓଏଲ୍‌ ବ୍ୟୁରୋ: ଦୀର୍ଘ ଦିନ ଲାଗି ରହିଥିବା ତାତିରୁ ମିଳିଲା ଆଶ୍ବସ୍ତି। ୨ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା କାରଣରୁ ତାତିରୁ ମିଳିଛି ଆଶ୍ବସ୍ତି। ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା ଘଡଘଡି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡି ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ବର।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ୨୪ ତାରିଖରେ ରାଜ୍ୟରେ କିଛିମାତ୍ରାରେ କମିବ ବର୍ଷା। ତେବେ ୨୫ ତାରିଖରୁ ପୁଣି ବର୍ଷାର ପରିମାଣ ବଢିବ। ୨୬ରେ ଗୋଟେ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟରେ ପ୍ରାୟ ସବୁ ଜିଲ୍ଲାକୁ ଛୁଇଁଛି ମୌସୁମୀ ସୂଚନା ଅନୁସାରେ ସୁନ୍ଦରଗଡ଼ , ଝାରସୁଗୁଡ଼ା , ମୟୂରଭଞ୍ଜ , କେଉଁଝର ଓ ବାଲେଶ୍ଵରର କିଛି ଅଞ୍ଚଳରେ ପହଞ୍ଚିନି ମୌସୁମୀ। ମୌସୁମୀ ପାଇଁ ଏବେ ପାଗ ଅନୁକୂଳ ରହିଛି। ଆଗାମୀ ୩ ରୁ ୪ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଓଡ଼ିଶାକୁ ଛୁଇଁବ ମୌସୁମୀ।

Leave A Reply

Your email address will not be published.