ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା, ଯୋଗଦେବେ ରାଷ୍ଟ୍ରପତି

ଓଏଲ୍ ବ୍ୟୁରୋ: ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ୧୯୭୧ ମସିହାରେ ହୋଇଥିବା ନୀତିକାନ୍ତି ଭଳି ଚଳିତ ବର୍ଷର ରଥଯାତ୍ରା ନୀତିକାନ୍ତି କରାଯିବ। ଏନେଇ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି।
ଏଥର ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି। ପୁରୀ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପାଇଁ ଏବେଠାରୁ ଆରମ୍ଭ ହେଲାଣି ପ୍ରସ୍ତୁତି।