Odisha Link
Bridging the Missing Links in Odisha

୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଓଏଲ୍‌ ବ୍ୟୁରୋ: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ଜୁଲାଇ ୭ ତାରିଖରେ ରାଷ୍ଟ୍ରପତି ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ୬ ସଂଧ୍ୟାରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ।

ଏହା ସହ ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ ରାଷ୍ଟ୍ରପତି। ୮ ଅପରାହ୍ନରେ ଡିଭାଇନ୍‌ ରିଟ୍ରିଟ୍‌ ସେଣ୍ଟର ଉଦ୍‌ଘାଟନ କରିବେ। ୯ ତାରିଖ ପୂର୍ବାହ୍ନରେ ନାଇଜର୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିଦିନ ଅପରାହ୍ନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.