Odisha Link
Bridging the Missing Links in Odisha

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ସରକାର ଗଠନ କରିବାର ୧୫ ଦିନ ପରେ ଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହିତ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି। ଓଡ଼ିଶାର ଶାସନଭାର ଦାୟିତ୍ବ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ। ଆଜି ଅପରାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହା ପରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ ଭେଟିଛନ୍ତି।

Leave A Reply

Your email address will not be published.