Odisha Link
Bridging the Missing Links in Odisha

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ସରକାର ଗଠନ କରିବାର ୧୫ ଦିନ ପରେ ଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହିତ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି। ଓଡ଼ିଶାର ଶାସନଭାର ଦାୟିତ୍ବ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ।

ଆଜି ଅପରାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେ଼ହିପରି ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ନୀତିନ୍‌ ଗଡ଼କରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟ ପ୍ରସଙ୍ଗରେ ଆଲୋଚନା କରିବା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବାର ସୂଚନା ରହିଛି। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।

Leave A Reply

Your email address will not be published.