Odisha Link
Bridging the Missing Links in Odisha

ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ତିନିଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ। ଦିଲ୍ଲୀ ଗସ୍ତର ଆଜି ତୃତୀୟ ଦିନରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଭେଟିଥିଲେ। ତିନିଦିନିଆ ଦିଲ୍ଲୀ ଗସ୍ତର ଦ୍ବିତୀୟ ଦିନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓ ତାଙ୍କର ୨ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ଏହା ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ସାକ୍ଷାତ କରିଥିଲେ। ସେହିପରି ଏହି ତିନି ଜଣ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣଙ୍କୁ ମଧ୍ୟ ଭେଟିଥିଲେ। ପରେ ଆଜି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ଭେଟିଥିବା ଜଣା ପଡିଛି।

Leave A Reply

Your email address will not be published.