Odisha Link
Bridging the Missing Links in Odisha

ପ୍ରଦୀପ ଜେନାଙ୍କୁ ସରକାରୀ ଚାକିରିରୁ ଅବସର ଦେଲେ ସରକାର

ଓଏଲ୍‌ ବ୍ୟୁରୋ: ଓଡ଼ିଶାକୁ ମିଳିଲେ ନୂଆ ମୁଖ୍ୟ ଶାସନ ସଚିବ। ମନୋଜ ଆହୁଜା ହେଲେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ। ୧୯୯୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ନିଯୁକ୍ତି ମିଳିଛି। ଏନେଇ ଜିଏ ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ।

ମନୋଜ ଆହୁଜାଙ୍କ ନିଯୁକ୍ତି ସହ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ସରକାରୀ ଚାକିରିରୁ ଅବସର ଦେଇଛନ୍ତି ସରକାର। କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ ରାଜ୍ୟର ପ୍ରଥମ ବିଜେପି ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। ଏହା କେନ୍ଦ୍ର ସରକାର ଶ୍ରୀ ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ।

Leave A Reply

Your email address will not be published.