ପୁଣି ମୁଣ୍ଡ ଟେକିଲାଣି ଡେଙ୍ଗୁ, ଖୋର୍ଦ୍ଧାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ
ଓଏଲ୍ ବ୍ୟୁରୋ: ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୌସୁମୀ ବର୍ଷାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ରାଜ୍ୟରେ ଡେଙ୍ଗୁ ସ୍ଥିତି ଉଦବେଗଜନକ। ଡେଙ୍ଗୁ ସ୍ଥିତି ଗତବର୍ଷ ତୁଳନାରେ ଦୁଇ ଗୁଣା ବୃଦ୍ଧି ପାଇଛି। ବର୍ଷା ବଢିବା ସହିତ ଡେଙ୍ଗୁ ବି ବଢୁଛି। ଗତକାଲି ସୁଦ୍ଧା ରାଜ୍ୟରେ ୨୮୮ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୮୦ଜଣ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁ ନେଇ ସତର୍କ ରହିବାକୁ ସଚେତନ କରାଇବା ସହ ଚିକିତ୍ସା ପାଇଁ ପଦକ୍ଷେପ ନେବାକୁ ସବୁ ଜିଲ୍ଲା ହସ୍ପିଟାଲରେ ଡେଙ୍ଗୁ ୱାର୍ଡ କରିବାକୁ ନିର୍ଦେଶ ଜାରି ହୋଇଛି।